କୃଷି ଓ କୃଷକ ଶସକ୍ତିକରଣ , ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା।

 କୃଷି ଓ କୃଷକ ଶସକ୍ତିକରଣ , ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ପ୍ରମୁଖ ଶାସନ ସଚିବ 

ଆଜି ଝାରସୁଗୁଡ଼ା ଜିଲ୍ଲା ଗସ୍ତ କରି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆଜି ପୂର୍ବାହ୍ଣ ରେ ଜିଲ୍ଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ସମ୍ମିଳନୀ ଗୃହରେ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ବିଭାଗୀୟ ଅଧିକାରୀମାନଙ୍କୁ ଯତ୍ନଶୀଳତା ପୂର୍ବକ ଧାର୍ଯ୍ୟ ସମୟ ମଧ୍ୟରେ ଲକ୍ଷ୍ୟ ପୂରଣ ପାଇଁ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ବିଭାଗ ନିଜ ନିଜ ମଧ୍ୟରେ ସମନ୍ଵୟ ରକ୍ଷା କରି କାର୍ଯ୍ୟ ସମ୍ପାଦନ କରିବା ଦିଗରେ ପରାମର୍ଶ ଦେବା ସହ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହନଶୀଳତା ଅବଲମ୍ବନ କରାଯିବ ବୋଲି ସତର୍କ କରାଇଥିଲେ।


ଚାଷୀମାନେ କିପରି ଉପକୃତ ହେବେ ସେ ଦିଗରେ ଯତ୍ନବାନ ହେବାକୁ ପରାମର୍ଶ ଦେଇ କୃଷି କ୍ଷେତ୍ରରେ ଜିଲ୍ଲା କିପରି ଆତ୍ମନିର୍ଭରଶୀଳ ହେବ ସେ ଦିଗରେ ପଦକ୍ଷେପ ନେଵାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କୃଷି ଯୋଜନାକୁ ପ୍ରାଥମିକତା ପ୍ରଦାନ ପୂର୍ବକ କୃଷି , ଉଦ୍ୟାନ କୃଷି , କୃଷକ ଶସକ୍ତିକରଣ , ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଦିଗରେ କାର୍ଯ୍ୟ ତ୍ଵରାନ୍ବିତ କରିବା ତଥା ଜିଲ୍ଲାରେ କୃଷି   ଉଦ୍ୟୋଗୀ ସୃଷ୍ଟି  ପାଇଁ ସଚିବ ପରାମର୍ଶ ଦେଇଥିଲେ । ଜିଲ୍ଲାପାଳ ସରୋଜ କୁମାର ସାମଲ ଜିଲ୍ଲାରେ କୃଷି କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟକ୍ରମରେ  ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସଚିବଙ୍କୁ ଅଵଗତ କରାଇଥିଲେ।  ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତପିରାମ ମାଝୀ , ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ପ୍ରବୀର କୁମାର ନାୟକ , ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବିରେନ୍ଦ୍ର କୁମାର ବେହେରା ଙ୍କ ସମେତ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done