ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ, ୨୦୨୨ ପାଳନ


 ଝାରସୁଗୁଡ଼ା  ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ ସଂସ୍ଥା ଆନୁକୂଲ୍ୟରେ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ, ୨୦୨୨ ପାଳିତ ହୋଇଛି। ଜିଲ୍ଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ପ୍ରେକ୍ଷାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତପିରାମ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ।ମୁଖ୍ୟ ଅତିଥି ଶ୍ରୀ ମାଝୀ , ବନ୍ୟା , ବାତ୍ୟା , ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଉପଯୁକ୍ତ ପରିଚାଳନା ଓ ସଚେତନତା ଉପରେ ଗୁରୁତ୍ୱାରୋପ କରିଥିଲେ।

ଅତିରିକ୍ତ ଜିଲ୍ଲାପାଳ ପ୍ରବୀର କୁମାର ନାୟକ, ଉପ ଜିଲ୍ଲାପାଳ ଦୟାମୟ ପାଢ଼ୀ, ପିଡି ( ପୁନର୍ବାସ ଓ ଥଇଥାନ) ଆଲୋମଣୀ ସେଠୀ, ଡେପୁଟି କଲେକ୍ଟର ଗିତିକା ନାଏକ ପ୍ରମୁଖ ୧୯୯୯ ମହାବାତ୍ୟାର ସ୍ମୃତି ଚାରଣ ପୂର୍ବକ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସରକାରୀ ବିଭାଗ, ଜନ ପ୍ରତିନିଧି, ସ୍ବେଛାସେବୀ ଅନୁଷ୍ଠାନ ଓ ସର୍ବୋପରି ଜନସାଧାରଣଙ୍କ ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ।  ବିପର୍ଯ୍ୟୟ ପରିଚାଳନାରେ ରାଜ୍ୟ ସରକାରଙ୍କ ରଣନୀତି ଓ ସଫଳ ମୁକାବିଲା ସମ୍ପର୍କରେ କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା । ପ୍ରାକ୍ ପ୍ରସ୍ତୁତି ଓ ସଚେତନତା ହିଁ ଧନ ଜୀବନ ସୁରକ୍ଷା କରିବାରେ ସହାୟକ ହୋଇଥାଏ ବୋଲି ବକ୍ତୃତା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନେ ମତପ୍ରକାଶ କରିଥିଲେ।  ପୂର୍ବରୁ ଅନୁଷ୍ଠିତ ମହାବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ବକ୍ତୃତା , ପ୍ରବନ୍ଧ ଓ     ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ କାର୍ଯ୍ୟକ୍ରମରେ ପୁରସ୍କାର ଓ ପ୍ରଶଂସାପତ୍ର ବିତରଣ କରଯାଇଥିଲା। ଜିଲ୍ଲା ଜରୁରୀ ଅଧିକାରୀ ପ୍ରତିମା ପିଙ୍ଗ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଜୟ ଜେନା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଡିପିଓ ସୁଶାନ୍ତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଓଡ୍ରାଫ ବାହିନୀ ବିଭିନ୍ନ ଯନ୍ତ୍ରପାତି ସହାୟତାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିପରି ଧନଜୀବନ ରକ୍ଷା କରାଯାଏ ତାର ନମୁନା ପ୍ରଦର୍ଶନ କରିଥିଲେ ।ଜିଲ୍ଲା ଜରୁରୀ ବିଭାଗର କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done