ପୌରପାଳିକା ଉନ୍ନୟନ କାର୍ଯ୍ୟକ୍ରମ ସମୀକ୍ଷା ବୈଠକ ଅନୁଷ୍ଠିତ

 
ଝାରସୁଗୁଡ଼ା ଜିଲ୍ଲାର ତିନିଟି ପୌରପାଳିକାରେ  ଚାଲୁ ରହିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ  ସମୀକ୍ଷା କରାଯାଇଛି । ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପରିଷଦ ସଭା କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତପିରାମ ମାଝୀ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ , ତିନି ପୌରପାଳିକାର  ନିର୍ବାହୀ ଅଧିକାରୀଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ପକ୍କା ରାସ୍ତା,ଡ୍ରେନ,ଷ୍ଟ୍ରୀଟ ଲାଇଟ,ପାଇଖାନା,  ପାନୀୟ ଜଳ,ଆବାସ ଗୃହ, ପରିଚୟ ଗୃହ , ପିଲାଙ୍କ ଖେଳପୋକରଣ ଓ ଖାଲି ଥିବା ସ୍ଥାନଗୁଡିକର ବିକାଶ ଆଦି ଧାର୍ଯ୍ୟ ସମୟ ସୀମା ମଧ୍ୟରେ ସମ୍ପନ୍ନ କରାଯିବା ସମ୍ପର୍କରେ ଆଲୋଚନା କରାଯାଇଥିଲା।

ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ତ୍ଵରାନ୍ବିତ କରିବା ଓ ଏଥି ସକାଶେ ନିର୍ଦ୍ଦିଷ୍ଟ ଭାବେ କାର୍ଯ୍ୟଖସଡ଼ା ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଜିଲ୍ଲାପାଳ ସହରାଞ୍ଚଳ ଅଧିବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାର ଉନ୍ନତି ଦିଗରେ ଅଧିକ ଯତ୍ନବାନ ହେବାକୁ ପରାମର୍ଶ ଦେବା ସହ  ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ) ଏବଂ ଫାଇଭ ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଥିଲେ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done