ଜିଲ୍ଲା ସ୍ତରୀୟ କୁଷ୍ଠ ନିରୋଧୀ ଦିବସ ସଭା ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି।


 ଜିଲ୍ଲା ସ୍ତରୀୟ କୁଷ୍ଠ ନିରୋଧୀ ଦିବସ ସଭା ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଡୋଳାମଣି ପଟେଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ। କୁଷ୍ଠରୋଗ ଆରୋଗ୍ୟସାଧ୍ୟ,କୁଷ୍ଠ ରୋଗାକ୍ରାନ୍ତ ବ୍ୟକ୍ତିଙ୍କ ସହ ସାମାଜିକ ଭେଦଭାବ ନକରିବା ଓ ସହାନୁଭୂତି ପୂର୍ବକ ଏହି ରୋଗୀଙ୍କୁ ଚିକିତ୍ସା ସହାୟତା ପ୍ରଦାନ କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମେତ ଡାକ୍ତର ମହେଶ ମୋହନ ପଣ୍ଡା , ଡାକ୍ତର ଲକ୍ଷ୍ମଣ କର୍ମୀ ପ୍ରମୁଖ କହିଥିଲେ। ଆୟୋଜିତ ବକ୍ତୃତା ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କ ଏହି ଅବସରରେ ପୁରସ୍କାର ଓ ପ୍ରଶଂସା ପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଏକ ଶପଥ ପାଠ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଡାକ୍ତର କର୍ମୀଙ୍କ ସଂଯୋଜନାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done