ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ପାଳନ


 ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ପାଳନ ଅବସରରେ ଶୋଭାଯାତ୍ରା , ସଭା ଓ ଆଲୋଚନା ଚକ୍ର ଆଦି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସକାଳେ ଜିଲ୍ଲା କାର୍ଯ୍ୟାଳୟଠାରୁ ବେହେରମାଲ ଛକ ପର୍ଯ୍ୟନ୍ତ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ସରୋଜ କୁମାର ସାମଲ ପତାକା ଦେଖାଇ  ଏହି ଶୋଭାଯାତ୍ରାର ଶୁଭାରମ୍ଭ କରିଥିଲେ।

 ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ "ହଁ ଆମେ ଯକ୍ଷ୍ମା ମୁକ୍ତ କରିପାରିବୁ" ଶୀର୍ଷକ ବିଷୟବସ୍ତୁ ଉପରେ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା।  ଅତିରିକ୍ତ ଜିଲ୍ଲାପାଳ ପ୍ରବୀର କୁମାର ନାୟକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଯକ୍ଷ୍ମା ମୁକ୍ତ ଝାରସୁଗୁଡା ଗଠନ ଉପରେ ଆଲୋକପାତ କରିଥିଲେ ।ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଡୋଳାମଣି ପଟେଲ ଯକ୍ଷ୍ମା ରୋଗର କାରଣ ଓ ନିରାକରଣ ସମ୍ପର୍କରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ରାଧାରମଣ ବିର୍ତ୍ତିଆ,  ଡାକ୍ତର ସୁପ୍ରଭା ବାରିକ, ଡାକ୍ତର ରବୀନ୍ଦ୍ର ନାଥ ମାଝୀ ,ଡାକ୍ତର ମଧୁଲିତା ସାହୁ  ପ୍ରମୁଖ ଉପସ୍ଥିତ ଥିଲେ । ଏହି ଅବସରରେ ଯକ୍ଷ୍ମା ରୋଗର ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଡାକ୍ତର ଜିଆଉଲ୍ ହକ୍,ଡାକ୍ତର ଏମ୍ ଯେ ଦୋରା,ଡାକ୍ତର ଆଶିଷ ସିହ୍ନାଙ୍କୁ ସମ୍ମାନିତ କରାଯାଇଥିଲା । ସ୍ଥାନୀୟ ବିଦ୍ୟାଳୟର ଛାତ୍ର ଛାତ୍ରୀ ଯୋଗ ଦେଇ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ ।  ବକୃତା ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଓ ଶ୍ରେଷ୍ଠ ଆଶା ଙ୍କୁ ସମ୍ମାନିତ କରାଯାଇଥିଲା।ଏଥିରେ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ବୁଲୁନଥ ସାହୁ, ଡି ପି ସି ରେଷ୍ମା ରଣା,ଆଲୋକ ଝରିଆ,ଅଜିତ ବିଶ୍ଵାଳଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done