ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରମିରା -- ଏହି ଦୁଇଟି ବ୍ଲକକୁ ନୂତନ ଭାବରେ ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ ରାଜ୍ୟ ସରକାର 9 ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି.


 ଲାଇକେରା ଓ କିରମିରା ହେଲା ଓଡ଼ିଶାର ୨୩ତମ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା


ଝାରସୁଗୁଡ଼ା ସମନ୍ୱିତ ଉନ୍ନୟନ ସଂସ୍ଥା ଭାବେ ନାମିତ ଏହି 

ନୂତନ ସଂସ୍ଥା ପାଇଁ ୯ ଟି ନୂଆ ପଦବୀ ସୃଷ୍ଟି କଲେ ରାଜ୍ୟ ସରକାର

ଝାରସୁଗୁଡ଼ା ଜିଲ୍ଲାର ଲାଇକେରା ଓ କିରୀମେରା -- ଏହି ଦୁଇଟି ବ୍ଲକକୁ  ନୂତନ  ଭାବରେ  ଗଠିତ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାଇଁ  ରାଜ୍ୟ ସରକାର 9 ଟି ନୂତନ ପଦବୀକୁ ମଞ୍ଜୁରୀ ଦେଇଛନ୍ତି. 

ଏହା ଅଧୀନରେ ଲାଇକେର ଓ କିରୀମେରା ବ୍ଲକର ସମସ୍ତ ଗାଁ ଏହି ନୂତନ ITDA ଅଧୀନରେ ରହିବ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ନୂତନ ପଦବୀକୁ ଅନୁମୋଦନ ଦେଇଛନ୍ତି। ଏହାଦ୍ବାରା ଏହି ଦୁଇଟି ବ୍ଲକରେ ଜନଜାତି ବିକାଶ ଓ କଲ୍ୟାଣ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ନୂତନ ପଦବୀ ଗୁଡିକ ହେଲା ଗୋଟିଏ ପ୍ରକଳ୍ପ ପ୍ରଶାସକ (project administrator), ଗୋଟିଏ ସ୍ବତନ୍ତ୍ର ଅଧିକାରୀ (special officer), ଜଣେ ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର , ଜଣେ ଆସିଷ୍ଟାଣ୍ଟ ଇଞ୍ଜିନିୟର , ଜଣେ ଆକାଉଣ୍ଟାଣ୍ଟ, ଜଣେ ହେଡ କ୍ଲାର୍କ, କନିଷ୍ଠ ଷ୍ଟେନୋ ଗ୍ରାଫର- ୧, ଜଣେ ବରିଷ୍ଠ କ୍ଲର୍କ ଓ ଜଣେ କନିଷ୍ଠ କ୍ଲର୍କ।

ସୂଚନାଯୋଗ୍ୟ ଯେ ଲାଇକରା ଓ କିରୀମେର ବ୍ଲକରେ ମୁଖ୍ୟତଃ ଗଣ୍ଡ, ଭୁଇଆଁ, ଓ କିସାନ୍ ବର୍ଗର ଆଦିବାସୀ ମାନେ ରହୁଥିବା ବେଳେ ମୁଣ୍ଡା, କୋଲ୍ହ,  ଓରାଓଁ, ଶବର, ଖରିଆ ଓ ସାରା ବର୍ଗର ଆଦିବାସୀ ମାନେ ମଧ୍ୟ ଅଛନ୍ତି।  ଲାଇକେରାରେ ଆଦିବାସୀଙ୍କ ସଂଖ୍ୟା ୫୧.୭୮ ପ୍ରତିଶତ ହୋଇଥିବା ବେଳେ କିରୀମେରାରେ ଏହା ୧୮.୪୬ ପ୍ରତିଶତ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done