ବିଭିନ୍ନ ସରକାରୀ ଯୋଜନା ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ ଲୋକକଳା ଏକ ବଳିଷ୍ଠ ମାଧ୍ୟମ। ଲୋକକଳା ମାଧ୍ୟମରେ ଜନସାଧାରଣ ଯେପରି ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଅବଗତ ହେବେ ଏହି ପରିପ୍ରେକ୍ଷୀରେ ଆଜି ଝାରସୁଗୁଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସଂସାଧନ ସଭ୍ୟମାନଙ୍କର ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦ୍ଘାଟିତ ହୋଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ଭୋଇ ଶିବିର ଉଦ୍ଘାଟନ କରିଥିଲେ। ଶିବିରରେ ଜିଲ୍ଲା ସଂସ୍କୃତି ଅଧିକାରୀ ଅନୀଲ କେର୍କେଟା,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଜୟ ଜେନା,ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭଜମନ କିସାନ ଓ ଜିଲ୍ଲା କଳା ସଂସ୍କୃତି ସଂଘ ଉପ ସଭାପତି ସୁରଙ୍ଗ ପଧାନ ପ୍ରମୁଖ ଅତିଥି ଭାବରେ ଯୋଗ ଦେଇଥିଲେ। ଶିବିରରେ ସିଡିପିଓ ବିଦ୍ୟୁତ୍ ପ୍ରଭା ନାଗ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୌମ୍ୟରଂଜନ ଭୋଇ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ବିଭିନ୍ନ ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ।ବ୍ଲକ କଳା ସଂସ୍କୃତି ସଂଘ ଉପ ସଭାପତି ଗଜରାଜ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।
0 Comments