ପିକେଏସ୍ଏସ୍ ଡିଗ୍ରୀ ମହାବିଦ୍ୟାଳୟରେ ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ପ୍ରତିଯୋଗିତାର ଉଦଘାଟନୀ ଉତ୍ସବ ଅନୁଷ୍ଠିତ


 ପିକେଏସ୍ଏସ୍ ଡିଗ୍ରୀ ମହାବିଦ୍ୟାଳୟରେ ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ପ୍ରତିଯୋଗିତାର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଏକ ମାତ୍ର ଲକ୍ଷ୍ୟ ହେଉଛି ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଚାର ପ୍ରସାର । ତେବେ ଏହି ଉତ୍ସବ ମହାବିଦ୍ୟାଳୟର ଭାରାପ୍ରାପ୍ତ ଅଧ୍ୟକ୍ଷ କୈଳାସ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଅଧ୍ୟାପକ ରୁକ୍ମଣ ପଟେଲ ଯୋଗ ଦେଇଥିବା ବେଳେ ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭ୍ୟା ମନ୍ଦାକିନୀ ସତପଥି ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଓଡ଼ିଆ ଭାଷାର ମହତ୍ତ୍ଵ ଉପରେ ଅଭିଭାଷଣ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ନୋଡାଲ ଅଫିସର ଖଗେଶ୍ବର ନାଏକ ପରିଚାଳନା କରିଥିବା ବେଳେ ଡ.ଶମ୍ଭୁ ଖମାରୀ, ଅନନ୍ତରାମ ମିଶ୍ର, ସୁଜାତା ଦାସ, ଲିଲିମା ରନବିଡା, ରଶ୍ମିତା ବିଶ୍ବାଳ, ଶୁଶ୍ରିତା ସ୍ବାଇଁ, ସମୁ ପ୍ରଧାନ , ବିନୋଦ ବିହାରୀ ନାୟକ ତଥା ମହାବିଦ୍ୟାଳୟର କର୍ମଚାରୀ ମାନେ ସହଯୋଗ କରିଥିଲେ । ଏବଂ ସଭା ଶେଷରେ ଅଧ୍ୟାପକ ପ୍ରଶାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done