ଆଜିଠୁ ସକାଳୁଆ ସ୍କୁଲ, ଦିନ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ ଶିକ୍ଷାନୁଷ୍ଠାନ


 ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଆରମ୍ଭ ହେଲା ସକାଳୁଆ ସ୍କୁଲ।

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ତାପମାତ୍ରା ଦିନକୁ ଦିନ ବୃଦ୍ଧି କରିବାରେ ଲାଗିଛି। ଅସହ୍ୟ ଖରା ଯୋଗୁଁ ଜନଜୀବନ ପ୍ରଭାବିତ ହେଉଛି। ତେଣୁ ସମସ୍ତ ସ୍କୁଲ ରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା ୩୦ରୁ ସ୍କୁଲ ଖୋଲି ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ ବୋଲି ରାଜସ୍ୱ ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ଏହି ନୋଟିସ ରେ ଆଜି ଠାରୁ ସକାଳୁଆ ସ୍କୁଲ ହୋଇଛି, ସକାଳ ସମୟରେ ହିଁ ଉଚ୍ଚଶିକ୍ଷା ପ୍ରତିଷ୍ଠାନଗୁଡ଼ିକର କ୍ଲାସ ଓ ପରୀକ୍ଷା କରାଯିବ, ଆଉଟଡୋର କାର୍ଯ୍ୟକଳାପ ଉପରେ କଟକଣା ଜାରି କରାଯିବ। ସମସ୍ତ ପ୍ରତିଷ୍ଠାନରେ ପାନୀୟ ଜଳ ଓ ଓଆରଏସ ବ୍ୟବସ୍ଥା କରାଯିବ। ପ୍ରତିଷ୍ଠାନ ଭିତରେ ଥ‌ିବା ନଳକୂପ ଓ ପମ୍ପର ମରାମତି କରାଯିବ। କଲେଜ ଓ ପରୀକ୍ଷା କେନ୍ଦ୍ରରେ ଫାଷ୍ଟ ଏଡ ସୁବିଧା ରଖାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ବିଭାଗ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତାରିଖ ଓ ସମୟରେ ପରିବର୍ତ୍ତନ କରାଯାଇଛି । ଏ ନେଇ ସମସ୍ତ ଜିଲ୍ଲାପାଳମାନଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ପଠା ଯାଇଛି

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done