କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା ବେଳେ, ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ମଞ୍ଜୁର କରାଯାଇଛି। ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଫୋକସ ରହିଆସିଛି ଏବଂ କେନ୍ଦ୍ର ସରକାର ନିୟମିତ ଭାବରେ ଓଡିଶା ପ୍ରତି ଯେଉଁଭଳି ଗୁରୁତ୍ୱପୂର୍ଣ୍ଣ ବିକାଶ ପ୍ରକଳ୍ପ ଗୁଡିକ ମଞ୍ଜୁର କରୁଛନ୍ତି, ଏହା ତା’ର ପ୍ରମାଣ ବୋଲି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ କହିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଙ୍କୁ ଧନ୍ୟବାଦ ଜଣାଇଛନ୍ତି।।
ଝାରସୁଗୁଡା-ଶାସନ (ସମ୍ବଲପୁର) ତୃତୀୟ ଓ ଚତୁର୍ଥ ଲାଇନ୍ ଆଜି କେନ୍ଦ୍ର କେବିନେଟ ପକ୍ଷରୁ ମଞ୍ଜୁର କରାଯାଇଛି। ଝାରସୁଗୁଡା-ଶାସନ ପ୍ରକଳ୍ପ ପାଇଁ ୧,୧୮୭ କୋଟି ଟଙ୍କା ବିନିଯୋଗ ହେବ।ଏହି ମଲ୍ଟିଟ୍ରାକ୍ ପ୍ରକଳ୍ପ ଦ୍ୱାରା ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲା ମଧ୍ୟରେ ରେଳ ପରିବହନ କ୍ଷେତ୍ରରେ ବ୍ୟାପକ ଗତିଶୀଳତା ଆସିବ । ଏହି ପ୍ରକଳ୍ପ ଦ୍ଵାରା ରେଳ ପରିଚାଳନାକୁ ସହଜ କରିବା ସହିତ ଭିଡ ହ୍ରାସ କରିବ । ଏହି ପ୍ରକଳ୍ପ ଦ୍ଵାରା ଯାତ୍ରୀବାହୀ ଓ ପରିବହନ ଟ୍ରେନ ରେ ଯାତାୟାତ ଅଧିକ ସୁଗମ ହେବ ବୋଲି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ କହିଛନ୍ତି ।ଆଗାମୀ ଦିନର ଏହା ଶିଳ୍ପଭିତ୍ତିକ ଆବଶ୍ୟକତାକୁ ପୂରଣ କରିବ ।ଝାରସୁଗୁଡ଼ା ଜିଲ୍ଲାରେ ସାମାଜିକ-ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବା ସହ ରୋଜଗାରର ସୁଯୋଗ ତିଆରି କରିବ ବୋଲି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ କହିଛନ୍ତି।
0 Comments