ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ବିଭିନ୍ନ ଠିକଣାରେ ଦ୍ବିତୀୟ ଦିନରେ ଆଇଟି ରେଡ୍


 ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ତଥା ଝାରସୁଗୁଡ଼ା ବିଧାୟକ ନବ ଦାସଙ୍କ ବିଭିନ୍ନ ଠିକଣାରେ ଦ୍ବିତୀୟ ଦିନରେ ଆଇଟି ରେଡ୍ ଚାଲିଛି। ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବିଭିନ୍ନ ଠିକଣାରେ ଦ୍ବିତୀୟ ଦିନରେ ବି ଆୟକର ବିଭାଗର ଚଢ଼ାଉ ଜାରି ରହିଛି। ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ସ୍ଥିତ ବିଭିନ୍ନ ଠିକଣାରେ ପହଞ୍ଚି ଛାନଭିନ୍ ଚଳାଇଛି ଆୟକର ବିଭାଗ । ପ୍ରଥମ ଦିନରେ ଝାରସୁଗୁଡ଼ା ସ୍ଥିତ ବାସ ଭବନରେ ଆଇଟି ରେଡ କରିବା ପରେ ଏବେ ଦ୍ଵିତୀୟ ଦିନରେ ଆୟକର ବିଭାଗର ୧୦ ଜଣ ଅଧିକାରୀ ସାମିଲ ହୋଇ ଚଢ଼ାଉ ଆରମ୍ଭ କରିଛନ୍ତି। ସମ୍ବଲପୁରର ବିଭିନ୍ନ ସ୍ଥାନରେ ଥିବା ନବ ଦାସଙ୍କ ଭିନ୍ନ ଭିନ୍ନ ଠିକଣାରେ ପହଞ୍ଚି ଯାଞ୍ଚ କରୁଛି ଆୟକର ବିଭାଗ । ଝାରସୁଗୁଡ଼ା ସମେତ ସମ୍ବଲପୁର, ଭୁବନେଶ୍ବର, ଦିଲ୍ଲୀ, ସୁନ୍ଦରଗଡ଼ ଓ ଅନ୍ୟାନ୍ୟ ସ୍ଥାନରେ ଥିବା ସ୍ବର୍ଗତ ଦାସଙ୍କ ଘର , ବ୍ୟବସାୟିକ ପ୍ରତିଷ୍ଠାନ, କାର୍ଯ୍ୟାଳୟ, ତାଙ୍କ ଘନିଷ୍ଠ ସହଯୋଗୀ ଏବଂ ସଂପର୍କୀୟଙ୍କ ଠିକଣାରେ ଚଢ଼ଉ ହୋଇଥିଲା । ତେବେ ଦ୍ବିତୀୟ ଦିନରେ ମନ୍ତ୍ରୀ ଙ୍କ ବ୍ୟାବସାୟିକ ବନ୍ଧୁ ତଥା ସୁନ୍ଦରଗଡ଼ ମାତାରାଣୀ ଟ୍ରାନ୍ସପୋର୍ଟର ମାଲିକ ସଞ୍ଜୟ ନନ୍ଦଙ୍କ ଘରେ ଚଢ଼ଉ ଚାଲିଛି ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done