ଆଜି ରାଜ୍ୟବ୍ୟାପୀ ଡ୍ରାଇଭର ସଂଘର ୭ ଦଫା ଦାବି କୁ ନେଇ ଷ୍ଟିୟରିଂ ଛାଡ ଆନ୍ଦୋଳନ ଆରମ୍ଭ ହୋଇଛି |ସେମାନଙ୍କ ଦାବି ଅନୁଯାୟୀ ଅଟୋ ଚାଳକଙ୍କୁ ଡ୍ରାଇଭର କଲ୍ୟାଣ ସଂଘରେ ସାମିଲ କରିବା, ୬୦ ବର୍ଷ ବୟସ ପରେ ପରେ ଡ୍ରାଇଭରଙ୍କୁ ଭତ୍ତା, ୧୦୦ କିଲୋମିଟର ଅନ୍ତରରେ ପାର୍କିଂ ଓ ଶୌଚାଳୟର ବ୍ୟବସ୍ଥା, ୧ ସେପ୍ଟେମ୍ବରକୁ ଡ୍ରାଇଭର ଦିବସ ରୂପେ ଘୋଷଣା ଆଦି ୭ ଦାବି ନେଇ ବିକ୍ଷୋଭ ପଦର୍ଶନ କରାଯିବ ବୋଲି ସେମାନେ କହିଛନ୍ତି | ଏହି ଷ୍ଟିୟରିଂ ଛାଡ ଆନ୍ଦୋଳନ ରେ ଆମ୍ବୁଲାନ୍ସ ଓ ସ୍କୁଲ ବସକୁ ବାଦ ଦିଆଯାଇଛି |ତେବେ ଝାରସୁଗୁଡାରେ ଷ୍ଟେରିଙ୍ଗ ଛାଡ଼ ଆନ୍ଦୋଳନରେ ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟ ଟ୍ୟାକ୍ସି ଆସୋସିଏସନ୍ ସାମିଲ ହେବେ ନାହିଁ ବୋଲି ସୂଚନା ରହିଛି |ଯେ ପର୍ଯ୍ୟନ୍ତ ଡ୍ରାଇଭର ସଂଘର ଏ ସମସ୍ତ ଦାବି ପୂରଣ ନ ହୋଇଛି ସେ ପର୍ଯ୍ୟନ୍ତ ଆନ୍ଦୋଳନ ରୁ ଓହରିବେ ନାହିଁ ବୋଇ ଡ୍ରାଇଭର ସଂଘ ପକ୍ଷରୁ କୁହାଯାଇଛି |
0 Comments