ଜିଲ୍ଲାପାଳ-ତଥା-ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଝାରସୁଗୁଡ଼ା ଜିଲ୍ଲାରେ ସମ୍ପାଦନ ହେଉଥିବା ବିଭିନ୍ନ ଯୋଜନା ଯେପରି କି, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଆବାସ ଯୋଜନା, ସାମାଜିକ କଲ୍ୟାଣ ଯୋଜନା, କୃଷି, ମତ୍ସ୍ୟ, ପାନୀୟ ଜଳ, ବିଦ୍ୟୁତ, ଶିକ୍ଷା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ପଶୁ ସମ୍ପଦ, ଓଡିଶା ଜୀବିକା ମିଶନ ଯୋଜନା ଗୁଡିକରେ ଅଗ୍ରଗତି ବିଷୟରେ ସୂଚନା ଦେଇଥିଲେ ।
ଜିଲ୍ଲାରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ସମବାୟ ବିଭାଗ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ମିଶନ ଶକ୍ତି ବିଭାଗ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କ୍ଷୁଦ୍ର ଜଳ ସେଚନ ବିଭାଗ ଉଠା ଜଳ ସେଚନ ବିଭାଗର କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ଜଣାଇଥିଲେ।
ସଭାରେ ସମସ୍ତ ସଭ୍ୟଙ୍କ ମତାମତ ଗୁଡିକ ଉପରେ ବିସ୍ତୃତ ଭାବରେ ଆଲୋଚନା କରାଯାଇ ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମ୍ପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


0 Comments