ଝାରସୁଗୁଡ଼ାରେ ଜିଲ୍ଲା ପ୍ରଶାସନ ଓ ଡିଏଲଏସଏର ମିଳିତ ଉଦ୍ୟମରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ


 ଝାରସୁଗୁଡ଼ାରେ  ଜିଲ୍ଲା ପ୍ରଶାସନ ଓ ଡିଏଲଏସଏର ମିଳିତ ଉଦ୍ୟମ ରେ ପାଳିତ ହେଲା ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ | 

ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ବେହେରାମାଲ ସ୍ଥିତ ଏମ୍‌ସିଏଲ୍‌ କମ୍ୟୁନିଟି ହଲ୍‌ ପରିସରରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ-୨୦୨୫ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଭିନ୍ନକ୍ଷମମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ଓ ସେମାନଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଦିଗରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  ଅନୁଷ୍ଠିତ ଏହି ଉତ୍ସବରେ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ବହୁ ସଂଖ୍ୟାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଓ ଅଭିଭାବକ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ସ୍ୱରୂପ, ପୂର୍ବରୁ ଅନୁଷ୍ଠିତ ହୋଇଥିବା ସ୍ୱତନ୍ତ୍ର ବିଦ୍ୟାଳୟ ସ୍ତରୀୟ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଉତ୍କର୍ଷ ପ୍ରଦର୍ଶନ କରିଥିବା କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ଓ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୪ଟି ସ୍ୱତନ୍ତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ, ମୁକ ବଧିର ସଂଘ ଏବଂ ବରିଷ୍ଠ ନାଗରିକ ସଂଘର ସଭ୍ୟସଭ୍ୟାମାନେ ଉପସ୍ଥିତ ରହି ଦିବ୍ୟାଙ୍ଗମାନଙ୍କ ମନୋବଳ ବଢ଼ାଇଥିଲେ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done