ଗ୍ରାମ୍ୟ ପର୍ଯ୍ୟଟନ ଓ ଗ୍ରାମ୍ୟ ଭିତ୍ତିଭୂମି ବିକାଶ ନେଇ ସମନ୍ୱୟ ବୈଠକ*


 ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ (ଆଇଏଏସ)ଙ୍କ ଅଧ୍ୟକ୍ଷତାରେ ଗ୍ରାମ୍ୟ ପର୍ଯ୍ୟଟନ ଓ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପର ବିକାଶ ପାଇଁ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତରେ ଆଦର୍ଶ ଗ୍ରାମ୍ୟ ଭିତ୍ତିଭୂମିର ପ୍ରତିଷ୍ଠା କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।

ଚୟନ କରାଯାଇଥିବା ପର୍ଯ୍ୟଟନ ସ୍ଥଳଗୁଡ଼ିକ ପାଇଁ ଏକ ବ୍ୟାପକ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରି ସଠିକ୍ କାର୍ଯ୍ୟାନ୍ୱୟନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏଥିସହିତ, ଝାରସୁଗୁଡ଼ା ଜିଲ୍ଲାର ପ୍ରତ୍ୟେକ ଗ୍ରାମାଞ୍ଚଳରେ ଉନ୍ନତ ସୁବିଧା ଯୋଗାଇବା ପାଇଁ ମଡେଲ ଅଙ୍ଗନବାଡ଼ି କେନ୍ଦ୍ର, ମଡେଲ ଖେଳପଡ଼ିଆ, ମଡେଲ ଗ୍ରାମୀଣ ହାଟ ଏବଂ ମଡେଲ ଶ୍ମଶାନ ଗୃହ ନିର୍ମାଣ ନେଇ ଆଲୋଚନା ହୋଇଥିଲା।

ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done