ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଶହୀଦ ଦିବସ ଅବସରରେ ଦେଶ ପାଇଁ ପ୍ରାଣବଳି ଦେଇଥିବା ଅମର ଶହୀଦମାନଙ୍କ ସ୍ମୃତି ଚାରଣ କରାଯାଇଛି। ଝାରସୁଗୁଡ଼ା ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣଙ୍କ ପ୍ରତ୍ୟକ୍ଷ ଉପସ୍ଥିତିରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦେଶର ବୀର ସନ୍ତାନମାନଙ୍କ ସମ୍ମାନାର୍ଥେ ୨ ମିନିଟ୍ର ନୀରବ ପ୍ରାର୍ଥନା କରାଯାଇଥିଲା।
ଏହି ଶ୍ରଦ୍ଧାଞ୍ଜଳି ସଭାରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ବ୍ରଜବନ୍ଧୁ ଭୋଇ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ କିଶୋର ଚନ୍ଦ୍ର ସ୍ୱାଇଁ, ପି ଡି ଆର୍ ଆଣ୍ଡ ଆର ଶ୍ରୀ ଲଳିତ ସୋରେଙ୍ଗ ପ୍ରମୁଖ ଯୋଗଦେଇ ଶହୀଦମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏଥିସହ ଜିଲ୍ଲା ପ୍ରଶାସନର ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


0 Comments