ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଝାରସୁଗୁଡ଼ା ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ


 ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଏମ.ସି.ଏଲ ଅଡିଟୋରିୟମଠାରେ ଜାତୀୟ ଗୀତ "ବନ୍ଦେ ମାତରମ" ର ୧୫୦ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ଏକ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ-କମ-ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବରିଷ୍ଠ ଅଧିକାରୀମାନେ ଯୋଗଦେଇ କାର୍ଯ୍ୟକ୍ରମର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ମଞ୍ଚରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବ୍ରଜ ବନ୍ଧୁ ଭୋଇ,  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କିଶୋର ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ବିଶ୍ଵ ରଞ୍ଜନ ନାୟକ, ଜିଲ୍ଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ, ଝାରସୁଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅନିଲ କୁମାର ଆଚାର୍ଯ୍ୟ, ଝାରସୁଗୁଡ଼ା ପୌରପାଳିକାର ନିର୍ବାହୀ ଅଧିକାରୀ ଶ୍ରୀ ମାନସ ରଞ୍ଜନ ମଲ୍ଲିକ, ବ୍ରଜରାଜନଗର ପୌରପାଳିକାର ନିର୍ବାହୀ ଅଧିକାରୀ ଶ୍ରୀ ଚନ୍ଦ୍ରମଣି ସ୍ୱାଇଁ, ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପସ୍ଥିତ ରହିଥିଲେ ।

ଆଜି ସକାଳ ୧୦ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିଥିବା ଏହି ଶିବିରରେ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ମନୋନୀତ ଶିକ୍ଷକ ଓ ଅଧ୍ୟାପକମାନେ ପ୍ରଶିକ୍ଷାର୍ଥୀ ଭାବେ ଯୋଗ ଦେଇଥିଲେ । ମୁଖ୍ୟ ବକ୍ତା ଓ ସମ୍ପଦ ବ୍ୟକ୍ତିମାନେ "ବନ୍ଦେ ମାତରମ" ଗାନର ଶୁଦ୍ଧତା, ଏହାର ଐତିହାସିକ ଗୁରୁତ୍ୱ ଏବଂ ସାମୂହିକ ଗାନର ଶୈଳୀ ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ।

ମୁଖ୍ୟ କାର୍ଯ୍ୟକ୍ରମ ସହିତ ସମାନ୍ତରାଳ ଭାବେ ଜିଲ୍ଲାର ଅନ୍ୟାନ୍ୟ ବ୍ଲକ ଯଥା ଲାଇକେରା, କିର୍ମିରା, ଲଖନପୁର ଓ କୋଲାବିରା ଠାରେ ମଧ୍ୟ ଅଧିକାରୀ ମାନଙ୍କ ତତ୍ତ୍ୱାବଧାନରେ ଏବଂ ବେଲପାହାଡ଼ ପୌରାଞ୍ଚଳରେ ଇଓଙ୍କ ନେତୃତ୍ୱରେ ଏହି ପ୍ରଶିକ୍ଷଣ ଶିବିର ସଫଳତାର ସହ ସମ୍ପାଦିତ ହୋଇଛି।

ଆସନ୍ତା ଜାନୁଆରୀ ୧୨ ତାରିଖ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ) ଦିନ ସମସ୍ତ ଶିକ୍ଷାନୁଷ୍ଠାନରେ ସାମୂହିକ "ବନ୍ଦେ ମାତରମ" ଗାନ କରାଯିବ । ଏଥିସହିତ ଜାନୁଆରୀ ୨୫ ରୁ ୩୦ ତାରିଖ ମଧ୍ୟରେ ଜିଲ୍ଲାର ବିଭିନ୍ନ ଐତିହାସିକ ସ୍ଥଳୀମାନଙ୍କରେ ସାମୂହିକ ଗାନ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done