ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଯାପିତ


 ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଯାପିତ,ସଫଳ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଚାଷୀଙ୍କୁ ପୁରସ୍କୃତ

_ଚାଷୀଙ୍କ ବିକାଶରେ ‘କାମଧେନୁ ଯୋଜନା’ ସାଜିବ ସାରଥି_

ଝାରସୁଗୁଡ଼ାଜିଲ୍ଲା ପ୍ରଶାସନ ଓ ପ୍ରାଣୀ ସମ୍ପଦ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଦୁଇ ଦିନିଆ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଆଜି ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ସମାରୋହରେ ଝାରସୁଗୁଡ଼ା ବିଧାୟକ ଶ୍ରୀଯୁକ୍ତ ଟଙ୍କଧର ତ୍ରିପାଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବ୍ରଜବନ୍ଧୁ ଭୋଇ ଏବଂ କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ଶ୍ରୀ ସମୀର କୁମାର ଦାସ ଯୋଗଦେଇ ଚାଷୀଙ୍କୁ ବୈଷୟିକ ଜ୍ଞାନକୌଶଳ ସମ୍ପର୍କରେ ଅବଗତ କରାଇଥିଲେ। ଏହି ଅବସରରେ ମାନ୍ୟବର ବିଧାୟକ ଶ୍ରୀ ତ୍ରିପାଠୀ ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତିବଦ୍ଧତା ଉପରେ ଆଲୋକପାତ କରିଥିଲେ। ସେ କହିଥିଲେ, "କାମଧେନୁ ଯୋଜନା ମାଧ୍ୟମରେ ରାଜ୍ୟର ପ୍ରାଣୀପାଳନ କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆସିବାକୁ ଯାଉଛି। ଚାଷୀମାନଙ୍କ ଆର୍ଥିକ ମାନଦଣ୍ଡକୁ ସୁଦୃଢ଼ କରିବା ଏବଂ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଆମ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ।" ଏହା ସହିତ ସେ ଜିଲ୍ଲାର ସଫଳ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଚାଷୀମାନଙ୍କୁ ସେମାନଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ପୁରସ୍କୃତ କରି ଉତ୍ସାହିତ କରିଥିଲେ।

କାର୍ଯ୍ୟକ୍ରମଟି ଜିଲ୍ଲା ମୁଖ୍ୟ ପ୍ରାଣୀଚିକିତ୍ସା ଅଧିକାରୀ ଡ଼ା. ଦୟାସାଗର ଧୁରିଆଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏବଂ ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା. ପ୍ରଦୀପ କୁମାର ଚୌଧୁରୀଙ୍କ ଦ୍ୱାରା ସୁଚାରୁ ରୂପେ ପରିଚାଳିତ ହୋଇଥିଲା। ଏହି ଦୁଇ ଦିନିଆ ମେଳାରେ ଚାଷୀମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା, ଯେଉଁଠାରେ ସେମାନେ ବିଶେଷଜ୍ଞଙ୍କ ସହ ସିଧାସଳଖ ଆଲୋଚନା କରିବାର ସୁଯୋଗ ପାଇଥିଲେ। ଶେଷରେ ମନୋରଞ୍ଜନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done