ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ 'ଏକଲବ୍ୟ' ବିଦ୍ୟାଳୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ


 ଝାରସୁଗୁଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣଙ୍କ ଅଧ୍ୟକ୍ଷତାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (EMRS) ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ଏହି ବୈଠକରେ ବିଦ୍ୟାଳୟର ସର୍ବାଙ୍ଗୀନ ଉନ୍ନତି ଏବଂ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।

ବୈଠକରେ ବିଦ୍ୟାଳୟର ବର୍ତ୍ତମାନର ଶିକ୍ଷାଦାନ ପଦ୍ଧତି ଏବଂ ଭିତ୍ତିଭୂମିର ସମୀକ୍ଷା କରାଯାଇଥିଲା। କମିଟି ଅନୁଭବ କରିଥିଲା ଯେ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ପାଇଁ ନୂତନ ହଷ୍ଟେଲ, କର୍ମଚାରୀଙ୍କ ପାଇଁ ଆବାସିକ କ୍ୱାର୍ଟର୍ସ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଭିତ୍ତିଭୂମିର ଜରୁରୀ ଆବଶ୍ୟକତା ରହିଛି। ଏହି ଅଭାବଗୁଡ଼ିକୁ ଦୂର କରିବା ସହ ଛାତ୍ରଛାତ୍ରୀଙ୍କୁ ଏକ ଉନ୍ନତ ଶିକ୍ଷାଦାନ ପରିବେଶ ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ସମୀକ୍ଷା ବୈଠକରେ ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, କୁଚିଣ୍ଡା ଓ କିର୍ମିରା ଏକଲବ୍ୟ ବିଦ୍ୟାଳୟର ଅଧ୍ୟକ୍ଷ ଏବଂ ଅଭିଭାବକ ସଦସ୍ୟ ଉପସ୍ଥିତ ରହି ନିଜର ମତାମତ ଉପସ୍ଥାପନ କରିଥିଲେ। ସମସ୍ତ ବିକାଶମୂଳକ କାର୍ଯ୍ୟ ଯଥାଶୀଘ୍ର ଶେଷ କରି ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done