*ଝାରସୁଗୁଡ଼ା ଜିଲ୍ଲାପାଳଙ୍କ ଦ୍ୱାରା ଏଚ୍. କଟାପାଲି ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ*


 ଝାରସୁଗୁଡ଼ା ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣ ଆଜି ଏଚ୍. କାଟାପାଲି ପଞ୍ଚାୟତ ଗସ୍ତ କରି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବିଶେଷ କରି ଏଚ୍. କାଟାପାଲିଠାରେ ନିର୍ମାଣାଧୀନ ନୂତନ ଅଙ୍ଗନବାଡ଼ି କେନ୍ଦ୍ରର କ୍ଷେତ୍ର ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ପରଖିଛନ୍ତି। ପରିଦର୍ଶନ ସମୟରେ ଜିଲ୍ଲାପାଳ ନିର୍ମାଣ କାର୍ଯ୍ୟର ଗୁଣବତ୍ତା ଅନୁଧ୍ୟାନ କରିବା ସହ ଏହାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଶିଶୁମାନଙ୍କ ଶୈକ୍ଷିକ ଏବଂ ସ୍ୱାସ୍ଥ୍ୟ ସୁବିଧା ପାଇଁ ଏହି କେନ୍ଦ୍ରଟି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏଥିରେ କୌଣସି ପ୍ରକାରର ଅବହେଳା କରାଯିବ ନାହିଁ ବୋଲି ସେ ପ୍ରକାଶ କରିଛନ୍ତି।

ଏହି ଅବସରରେ ଶ୍ରୀ ଚହ୍ବାଣ ସ୍ଥାନୀୟ ଅଙ୍ଗନବାଡ଼ି କର୍ମୀମାନଙ୍କ ସହ ଆଲୋଚନା କରି କେନ୍ଦ୍ରର ପରିଚାଳନା ଏବଂ ଶିଶୁମାନଙ୍କୁ ଦିଆଯାଉଥିବା ସୁବିଧା ସୁଯୋଗ ବିଷୟରେ ପଚାରି ବୁଝିଥିଲେ। ଏଥିସହ ସେଠାରେ ଉପସ୍ଥିତ ଥିବା ଗ୍ରାମବାସୀଙ୍କ ସହ ଜିଲ୍ଲାପାଳ ସିଧାସଳଖ କଥା ହୋଇ ସେମାନଙ୍କର ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ଲୋକଙ୍କ ସମସ୍ୟାର ସମାଧାନ ପାଇଁ ସେ ସଂପୃକ୍ତ ଅଧିକାରୀମାନଙ୍କୁ ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done