ଅସୁସ୍ଥ ହେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଛାତିରେ ଯନ୍ତ୍ରଣା ପରେ ଏମ୍ସ ଆଇସିୟୁରେ ଭର୍ତ୍ତି।
ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ହଠାତ୍ ଅସୁସ୍ଥ ହୋଇ ପଡ଼ିଛନ୍ତି। ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ସ୍ଥିତ ଏମ୍ସ (AIIMS) ମେଡିକାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ତାଙ୍କୁ ଆଇସିୟୁରେ ରଖାଯାଇଥିବା ବେଳେ ଏକ ସ୍ୱତନ୍ତ୍ର ବିଶେଷଜ୍ଞ ଦଳ ତାଙ୍କର ଚିକିତ୍ସା ଓ ବିଭିନ୍ନ ପରୀକ୍ଷା ନିରୀକ୍ଷା ଜାରି ରଖିଛନ୍ତି। ସୂଚନା ଅନୁଯାୟୀ, ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା। ଏମ୍ସର ବିଶେଷଜ୍ଞ ଡାକ୍ତରୀ ଦଳ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଛନ୍ତି। ଅନ୍ୟପଟେ ମନ୍ତ୍ରୀଙ୍କ ଅସୁସ୍ଥତା ଖବର ପାଇ ବିଭିନ୍ନ ରାଜନୈତିକ ମହଲରେ ଚିନ୍ତା ପ୍ରକଟ କରାଯାଇଛି। ବହୁ ବିଶିଷ୍ଟ ବ୍ୟକ୍ତି ଓ ଶୁଭେଚ୍ଛୁ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରିବା ସହ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।


0 Comments