ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରା ଛୁଟି ଘୋଷଣା


 ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରା ଛୁଟି ଘୋଷଣା । ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଗଣଶିକ୍ଷା ବିଭାଗର ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ ।

ଏପ୍ରିଲ ୨୭ ତାରିଖ ରୁ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ଆଗୁଆ ଖରା ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପିଲାଙ୍କ ସୁରକ୍ଷା କୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ବିଦ୍ୟାଳୟ ଗଣଶିକ୍ଷା ବିଭାଗରେ ଏସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତି ଅନୁଯାୟୀ ଏପ୍ରିଲ ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ , ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବ । ତେବେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜଣ ଗଣନା , ଓ ଅନ୍ୟାନ୍ୟ ଅଫିସ୍ କାର୍ଯ୍ୟ ପୂର୍ବଭଳି ଜାରି ରହିବ । ବର୍ତ୍ତମାନ ଖରା ତାତି ଅଧିକ ବୃଦ୍ଧି ହେବାରେ ଲାଗିଛି । ପିଲାମାନଙ୍କ ପାଇଁ ଏପରି ଖରାରେ ସ୍କୁଲ୍ ଯିବା ବହୁତ୍ ମୁସ୍କିଲ ହେବ । ଯାହାକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଛୁଟି ଘୋଷଣା କରିଛନ୍ତି ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done