ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା*


 ଆଗାମୀ ୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଝାରସୁଗୁଡ଼ା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ସରବାହାଲ ସରକାରୀ ହାଇସ୍କୁଲ ପରିସରରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦୁଇଦିନିଆ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର କୋମଳମତି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶପ୍ରେମୀ ଭାବନା ଜାଗ୍ରତ କରିବା ଏବଂ ସେମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ କରିବା ଏହି ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ଗତ ଅଗଷ୍ଟ ୨ ତାରିଖ ଦିନ ପ୍ରଥମ ପର୍ଯ୍ୟାୟରେ ପ୍ରବନ୍ଧ ଲିଖନ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହାପରେ ଅଗଷ୍ଟ ୩ ତାରିଖ ଦିନ ଦ୍ୱିତୀୟ ପର୍ଯ୍ୟାୟରେ ବକ୍ତୃତା ଓ ଦେଶାତ୍ମବୋଧକ ସଙ୍ଗୀତ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବିଶେଷ କରି ପ୍ରବନ୍ଧ ଏବଂ ବକ୍ତୃତା ପ୍ରତିଯୋଗିତାଗୁଡ଼ିକ ଓଡ଼ିଆ, ଇଂରାଜୀ ଏବଂ ହିନ୍ଦୀ – ଏହି ତିନୋଟି ଭାଷାରେ ସ୍ୱତନ୍ତ୍ର ଭାବେ ପରିଚାଳିତ ହୋଇଥିଲା, ଯାହାଦ୍ୱାରା ପ୍ରତ୍ୟେକ ଭାଷାର ଛାତ୍ରଛାତ୍ରୀମାନେ ନିଜ ନିଜ ଦକ୍ଷତା ପ୍ରଦର୍ଶନ କରିବାର ସୁଯୋଗ ପାଇଥିଲେ। ଏହି ଦୁଇଦିନିଆ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ପ୍ରାୟ ୨୮୦ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ସମଗ୍ର କାର୍ଯ୍ୟକ୍ରମ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଶାରୀରିକ ଶିକ୍ଷା ଅଧିକାରୀ ସୁଶାନ୍ତ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ସୁପରଭିଜନରେ ସୁଚାରୁରୂପେ ସମ୍ପାଦିତ ହୋଇଥିଲା। ଏହି ଆୟୋଜନକୁ ସଫଳ କରିବାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର କର୍ମଚାରୀ ନିହାଲ ଭୋଇ ଏବଂ ରବୀନ୍ଦ୍ର ନିଆଲ ପ୍ରମୁଖ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ। ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ଆଗାମୀ ସ୍ୱାଧୀନତା ଦିବସର ଜିଲ୍ଲାସ୍ତରୀୟ ମୁଖ୍ୟ ସମାରୋହରେ ପୁରସ୍କୃତ କରାଯିବ।

Post a Comment

0 Comments

Notification
Lorem ipsum dolor sit amet, consectetur adipiscing elit. Suspendisse a ullamcorper justo, et suscipit ex. Vivamus ornare eu mauris id imperdiet.Lorem ipsum dolor sit amet, consectetur adipiscing elit.

Done